ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ଭୁବନେଶ୍ବର,୬/୯: ଆସନ୍ତା ୨୯ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ଏନେଇ ବିଜେପି ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ୨୯ ଓ ୩୦ ଦୁଇଦିନ ଓଡ଼ିଶାରେ ରହି ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ କରିବେ। ବିଜେପି ମିଶନ ୨୦୨୪ କିଭଳି ସଫଳ ହେବ ସେ ନେଇ କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହି ଗସ୍ତ ସମୟରେ ଶ୍ରୀ ନଡ୍ଡ‌ା ଦଳର ସଂଗଠନର ଦୃଢ଼ କରିବାକୁ ରଣନୀତି ପ୍ରସ୍ତୁତ କରିବା ସହ ଦଳର ବିଭିନ୍ନ ସ୍ତରର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ।