ପୁଣି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ଭୁବନେଶ୍ବର,୨୩/୧୨: ପୁଣି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ସେ ଆସନ୍ତା ୨୮ ବା ୨୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।  ବିଜେପି ମିସନ ୨୦୨୪ କିଭଳି ସଫଳ ହେବ ସେ ନେଇ କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହି ଗସ୍ତ ସମୟରେ ଶ୍ରୀ ନଡ୍ଡା ଦଳର ସଂଗଠନର ସୁଦୃଢ଼ କରିବାକୁ ରଣନୀତି ପ୍ରସ୍ତୁତ କରିବା ସହ ଦଳର ବିଭିନ୍ନ ସ୍ତରର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ।