ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧/୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି। ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୮୭୭ କୋଟି ଟଙ୍କା ସହାୟତା ପଠାଯାଇଛି। ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡିହୋଇ ରହିଛି |