ହବିଷ୍ୟାଳୀ ଯୋଜନାରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୪/୧୦:ଆଶ୍ୱିନ୍ୟ ମାସ ଶୁକ୍ଳ ପକ୍ଷ ଏକାଦଶ ତିଥିରୁ ଶ୍ରୀମନ୍ଦିରରେ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଥାଏ। ହଜାର ହଜାର ହବିଷ୍ୟାଳୀ ଶ୍ରୀମନ୍ଦିରରେମହାପ୍ରଭୁଙ୍କର ରାଧାଦାମୋଦର ବେଶ ଦର୍ଶନ କରିବେ । ତେଣୁ ଏନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ଏହାସହ ହବିଷ୍ୟାଳୀ ଯୋଜନାରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା। କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ।

ସେ କହିଛନ୍ତି, ଅକ୍ଟୋବର ୬ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୧୧ ତାରିଖ ଯାଏ ଚାଲିବ। edistrict.odisha.gov.in ୱେବସାଇଟରେ ଆବେଦନ କରିପାରିବେ ହବିଷ୍ୟାଳୀ। ୨୫ ଶହ ହବିଷ୍ୟାଳୀଙ୍କ ରହଣି ପାଇଁ ୪ଟି ସ୍ଥାନରେ ବ୍ୟବସ୍ଥା କରାଯିବ। ସବୁ ବର୍ଷ ଭଳି ସବୁ ସୁବିଧା ହବିଷ୍ୟାଳୀଙ୍କୁ ଯୋଗାଇ ଦିଆଯିବ।

Leave a Reply

Your email address will not be published. Required fields are marked *