ରାଜ୍ୟର ଏହି ଜିଲ୍ଲାରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ

ଭୁବନେଶ୍ୱର, ୧୭/୧୦: ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ବିପଦ ଟଳିନି। ତେଣୁ ବିଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାରିମଧ୍ୟରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ ହେବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ କେନ୍ଦ୍ରାପଡ଼ା ସହରରେ କର୍ଫ୍ୟୁ ଲାଗୁ ହେବ । ଆଜିଠୁ ନଭେମ୍ବର ୧ ତାରିଖ ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ। ଗଜଲକ୍ଷ୍ମୀ ପୂଜାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହିପରି ନିଷ୍ପତ୍ତି ନିଆଯାଇଛି।