ଭୁବନେଶ୍ୱରରେ କୃଷି ଓଡ଼ିଶା କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୬/୨: ଭୁବନେଶ୍ୱରରେ ‘କୃଷି ଓଡ଼ିଶା’ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା। ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବାକୁ ଥବା ଏହି ମହୋତ୍ସବରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍‌ନୋଲୋଜି ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ମଧ୍ୟ ଟେକ୍‌ନୋଲୋଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍‌ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଚାଷ ଓ ଚାଷୀମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି। ଖାଦ୍ୟରେ ଅଭାବ ଥିବା ଏକ ରାଜ୍ୟରୁ ଆଜି ଆମେ ଖାଦ୍ୟଶସ୍ୟରେ ଏକ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛୁ ବୋଲି ସେ କହିଥିଲେ ।