ଗଜପତି ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍

ଭୁବନେଶ୍ୱର,୨୦/୧୦: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିସନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ଗଜପତି ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହା ରୂପାନ୍ତର ଆଣିବ।