ମହାରାଷ୍ଟ୍ରରେ ଭୂସ୍ଖଳନ, ୫ମୃତ

ନୂଆଦିଲ୍ଲୀ,୨୦/୫ : ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାରେ ଭୟଙ୍କର ଭୂସ୍ଖଳନ । ଯାହା ଫଳରେ ୫ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଆହୁରି ଅନେକ ଘଟଣାସ୍ଥଳରେ ଫସି ରହିଥିବା କଥା ‘ଏନ୍‌ଡିଆର୍‌ଏଫ୍‌’ କହିଛି। ଏହି ଭୂସ୍ଖଳନ ଯୋଗୁଁ ୪୮ଟି ପରିବାର ପ୍ରଭାବିତ ହୋଇଛନ୍ତି। ଘଟଣାସ୍ଥଳରେ ‘ଏନ୍‌ଡିଆର୍‌ଏଫ୍‌’ର ଦୁଇଟି ଟିମ୍‌ ପହଞ୍ଚି ତଲାସ ଓ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।ଏପର୍ଯ୍ୟନ୍ତ ୨୨ଜଣ ଲୋକଙ୍କୁ ଉଦ୍ଧାର କରାଯାଇଛି। ଅନେକ ଲୋକ ପୋତି ହୋଇ ପଡ଼ିଥିବା ଆଶଙ୍କା କରାଯାଉଛି। ବର୍ତ୍ତମା‌ନ ପୁଲିସ ଏବଂ ଜିଲ୍ଲା ପ୍ରଶାସନର ଶତାଧିକ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଉଦ୍ଧାର କାର୍ଯ୍ୟ ସମୀକ୍ଷା କରିବା ଲାଗି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।