୨୪ଘଣ୍ଟାରେ ୫୦,୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୫୭୮ ମୃତ

ନୂଆଦିଲ୍ଲୀ, ୨୫/୧୦: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୫୦,୧୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୭୮ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୬୪, ୮୧୧ କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୧୮,୫୩୪ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦,୭୮,୧୨୩ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୬,୬୮,୧୫୪ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି ।