ରାୟଗଡ଼ାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫/୧୧: ଆଜି ରାୟଗଡ଼ାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମାଞ୍ଚଳର ପରିବହନ ସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ବଡ଼ ପଦକ୍ଷେପ ନିଆଯାଇଛି । ଗ୍ରାମାଂଚଳର ସହରାଂଚଳକୁ ସୁନିଶ୍ଚିତ ବସ୍ ସଂଯୋଗ ଲକ୍ଷ୍ୟରେ ଲକ୍ଷ୍ମୀ ଯୋଜନାର ଆରମ୍ଭ କରାଯାଇଛି । ସେହିପରି ମହିଳା, ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକଙ୍କୁ ସଶକ୍ତ କରିବା ସହ ପର୍ଯ୍ୟଟନ ଓ ଆଞ୍ଚଳିକ ଅର୍ଥ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଲକ୍ଷ୍ମୀ ବସ୍ ସେବାର ଆରମ୍ଭ କରାଯାଇଛି ।