ଏଲ୍ଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ କରି ଗୁଳିବର୍ଷା, କଡା ଜବାବ ଦେଲା ଭାରତୀୟ ସେନା

ନୂଆଦିଲ୍ଲୀ,୨୬/୦୪: ଭାରତ-ପାକିସ୍ତାନ ଏଲ୍ଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ କରି ରାତିସାରା ଗୁଳି ଚଳାଇଛି । ଏହାର ଜବାବ ଦଇଛି ଭାରତୀୟ ସେନା । ଏବେ ସରିବ ଆତଙ୍କୀଙ୍କ ଖେଳ । ମାଟିରେ ମିଶୁଛି ଆତଙ୍କବାଦୀଙ୍କ ଘର । ଆଉ ୩ ଆତଙ୍କବାଦୀଙ୍କ ଘରକୁ ବିସ୍ଫୋରଣରେ ଉଡାଇ ଦିଆଯାଇଛି । ଘାଟୀରେ ସକ୍ରିୟ ଦୁଇ ଆତଙ୍କବାଦୀଙ୍କ ଘରକୁ ବିସ୍ଫୋରଣରେ ଉଡାଇ ଦେଇଛନ୍ତି ଭାରତୀୟ ସେନା । ଏହସାନ ଅହମ୍ମଦ ଶେଖ୍, ସାହିଦ ଅହମ୍ମଦ ଓ ଜାକିରର ଘରକୁ ମାଟିରେ ମିଶାଇ ଦିଆଯାଇଛି । ଜୁନ୍ ୨୦୨୩ରୁ ଲସ୍କରରେ ସକ୍ରିୟ କ୍ୟାଡର ଏହସାନ ଅହମ୍ମଦର ଦୁଇ ମହଲା କୋଠା ଭାଙ୍ଗି ଦିଆଯାଇଛି । ସେହିପରି ସାହିଦ ଅହମ୍ମଦ ଦୁଇ ବର୍ଷ ତଳେ ଲସ୍କରରେ ସାମିଲ ହୋଇଥିଲା । ଆଇଇଡି ବିସ୍ଫୋରଣରେ ୩ ଆତଙ୍କବାଦୀଙ୍କ ଘରକୁ ଉଡାଇ ଦିଆଯାଇଛି । ଗତକାଲି ଭାରତୀୟ ସେନା ଦୁଇ ଆତଙ୍କବାଦୀଙ୍କ ଘର ଉଡାଇ ଦେଇଥିବା ବେଳେ ଏବେ ଆଉ ୩ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ସେନା । ସେପଟେ ସେନା ପକ୍ଷରୁ କାଶ୍ମୀରରେ ଘରକୁ ଘର ବୁଲି ସର୍ଚ୍ଚ ଅପରେସନ୍ କରାଯାଉଛି । ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ତଲାସୀ ଚଳାଇଛି ଭାରତୀୟ ସେନା ।

Leave a Reply

Your email address will not be published. Required fields are marked *