ଭୁବନେଶ୍ୱର,୧୬/୧୨: ରାଉରକେଲାରେ ଝାଡାବାନ୍ତି ବ୍ୟାପୁଛି । ଦୁଇ ଦିନରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୦୨ ଜଣ ଆକ୍ରାନ୍ତ ରାଉରକେଲାର ଆଇଜିଏଚ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ମଧ୍ୟରୁୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛି । ରାଉରକେଲାର ପାନପୋଷ ସହ ବସ୍ତି ଅଂଚଳ ତଥା ସେକ୍ଟର ଅଂଳଚରେ ଝାଡାବାନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ କେଉଁ କାରଣରୁ ହଠାତ୍ ଏଭଳି ଝାଡାବାନ୍ତି ବ୍ୟାପିଲା ତାର କାରଣ ଜଣାପଡିନାହିଁ । କାରଣ ଜାଣିବା ପାଇଁ ରୋଗୀଙ୍କ ନମୂନା ସଂଗ୍ରହ କରାଯାଇଛି । ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ଆଶଙ୍କା ଥିବାରୁ ହସ୍ପିଟାଲରେ ବେଡ ସଂଖ୍ୟା ମଧ୍ୟ ବୃଦ୍ଧି କରାଯାଇଛି । ଆଜିଏଚ ହସ୍ପିଟାଲର ଭାରପ୍ରାପ୍ତ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି ।