ଆସନ୍ତା ୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ, ଦୁଇ ଦିନରେ ନେଇପାରେ ଅବପାତର ରୂପ!

ଭୁବନେଶ୍ୱର,୧୯/୧୧:ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ନଭେମ୍ବର ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଉ ୨୩ ତାରିଖ ବେଳକୁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ । ତେବେ ଲଘୁଚାପର ପ୍ରଭାବ କେତେ ରହିବ, ସେ ନେଇ କିଛି ସୂଚନା ଦେଇନାହିଁ ଆଇଏମଡି ।