ଆସନ୍ତା ୨୪ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ!

ଭୁବନେଶ୍ୱର,୨୪/୦୬: ମୌସୁମୀ ଆସିବା ପରେ ବଂଗୋପସାଗରରେ ଚଳିତ ବର୍ଷର ପ୍ରଥମ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଆଉ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ସୂଚନାଯୋଗ୍ୟ ଯେ ୨୪ଘଂଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି । ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୫ରୁ ୨୭ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଳାକୁ ବର୍ଷା ଜନିତ ସତର୍କ ସୂଚନା ଜାରି କରାଯାଇଛି ।