ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ

ଭୁବନେଶ୍ୱର,୨୧/୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା  ଆହୁରି ଘନୀଭୂତ ହୋଇ ୨୨ତାରିଖ ସୁଦ୍ଧା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଆଗାମୀ ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅବଶିଷ୍ଟ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ୨୩ ତାରିଖରେ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମୟୁରଭଂଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ. କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମଧ୍ୟରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ ଓ ୨୫ ତାରିଖରେ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।