ୱେଲ ମାର୍କରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୨୧ା୧୦(ଦି ପ୍ରଗତି ନ୍ୟୁଜ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ସେହିପରି ଆଗାମୀ ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ଆଶଙ୍କା କରାଯାଉଛି । ଏହା ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ କହିଛି ପାଣିପାଗ ବିଭାଗ । ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।