ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୨୨/୦୫: ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ । ବାତ୍ୟା ନେଇ ସ୍ପଷ୍ଟ ହୋଇନଥିବା ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ରାଜ୍ୟରେ  ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।