ଆସନ୍ତା ୧୩ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର, ୧୦/୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଆସନ୍ତା ୧୩ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନିଭୂତ ହେବାର ଆଶଙ୍କା ରହିଛି।

ସୂଚନାଯୋଗ୍ୟ ଯେ  ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୩୬ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବ । ସ୍ଥଳଭାଗ ମୁହାଁ ହୋଇ ୧୧ ତାରିଖ ସକାଳ ସୁଦ୍ଧା ତାମିଲନାଡୁ ଉପକୂଳ ଛୁଇଁବ ବୋଲି ସୂଚନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ତାମିଲନାଡୁ, କେରଳ, ଆନ୍ଧ୍ରପ୍ରଦେଶ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।