ଭୁବନେଶ୍ୱର,୮/୫: ବଢ଼ିଲା ବାତ୍ୟା ଆଶଙ୍କା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତାକାଲି ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ଏହା ଆହୁରି ଘନୀଭୂତ ହେବା ସହ ଉତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରେ ୧୧ ତାରିଖାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଏହି ସାମୁଦ୍ରିକ ଝଡ । ଏହାପରେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଏଭଳି ଭାବେ ବାଂଲାଦେଶ ଓ ମିଆଁମାର ଉପକୂଳ ମୁହାଁ ହେବ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୮ ତାରିଖରେ ପବନର ବେଗ ବୃଦ୍ଧି ପାଇବ । ସମୁଦ୍ର ଭିତରେ ସର୍ବାଧିକ ଘଂଟା ପ୍ରତି ୮୦ କି.ମି ବେଗରେ ବହିପାରେ ପବନ । ୧୦ ଓ ୧୧ ତାରିଖ ବେଳକୁ ଆହୁରି ଆଶାନ୍ତ ହୋଇପାରେ ସମୁଦ୍ର । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।