ଗଭୀର ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର,୧୬/୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଗଞ୍ଜାମ, ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।ସେହିପରି ବାଲେଶ୍ୱର, ଯାଜପୁର, ଗଜପତି, ଢେଙ୍କାନାଳ, ମୟୂରଭଂଜ, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା କାଲି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।