ମହଙ୍ଗା ହେଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ, ୨୨/୩: ମହଙ୍ଗା ହେଲା ଏଲପିଜି ସିଲିଣ୍ଡର ଦର । ଏଲପିଜି ସିଲିଣ୍ଡର ଦର ୫୦ ଟଙ୍କା ବଢ଼ିଲା, ଦର ବୃଦ୍ଧି ପରେ ଦିଲ୍ଲୀରେ ଗ୍ୟାସ୍ ସିଲିଣ୍ଡର ଦାମ୍ ୯୪୯.୫୦ ଟଙ୍କା ପହଞ୍ଚିଛି । ୧୪.୨ କେଜି ଘରୋଇ ସିଲିଣ୍ଡର ଦାମ୍‌ ମଙ୍ଗଳବାର ସିଲିଣ୍ଡର ପିଛା ୫୦ ଟଙ୍କା ଳେଖାଏ ବଢ଼ିଛି। ଶେଷ ଥର ପାଇଁ ଗତ ଅକ୍ଟୋବର ୬ ତାରିଖରେ ଘରୋଇ ସିଲିଣ୍ଡର ଦାମ୍‌ ବଢ଼ିଥିଲା। ଏହାପରେ ଗତକାଲି ମଧ୍ୟ ରାତିରୁ ଏହି ନୂଆ ଦର ଲାଗୁ ହୋଇଛି।