ତାରାତାରିଣୀ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ

ଭୁବନେଶ୍ୱର,୧୭/୫: ମା’ ତାରାତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ହୋଇଛି।  ଆସନ୍ତା କାଲି  ଯଜ୍ଞର ପୂର୍ଣ୍ଣାହୁତି ସହିତ ମନ୍ଦିର ପ୍ରତିଷ୍ଠା ଛତ୍ସବ ସମ୍ପନ୍ନ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି.କେ.ପାଣ୍ଡିଆନ ମା’ ତାରାତାରିଣୀ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିବା ସହିତ ଜିଲ୍ଲା ପ୍ରଶାସନ ସହିତ ମଧ୍ୟ ଆଲୋଚନା କରିଛନ୍ତି ।

ଏହି ଅବସରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ମା’ଙ୍କୁ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଥିଲେ । ପରେ ସେମାନେ ମନ୍ଦିର ପରିସର, ମୁଣ୍ଡନ ଗୃହ, ବଡ଼ ପ୍ରସାଦ ସେବନ ଗୃହ, ପ୍ରଶାସନିକ ଭବନ, ଭିୟୁ ପଏଣ୍ଟ ସହିତ ମନ୍ଦିର ଚାରିପାଖ ବୁଲି ଦେଖିଥିଲେ । ଏଥିସହିତ ସେବାୟତ ଓ ସ୍ଥାନୀୟ ଲୋକମାନଙ୍କ ସହିତ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଭିଡ଼କୁ ନିୟନ୍ତ୍ରଣ କରିବା, ଶାନ୍ତିଶୃଙ୍ଖଳା ରକ୍ଷା, ପାନୀୟ ଜଳର ବ୍ୟବସ୍ଥା, ଅଗ୍ନି ସୁରକ୍ଷା, ବିଦ୍ୟୁତ ଯୋଗାଣ ଓ ପରିମଳ ବ୍ୟବସ୍ଥା ଆଦି ବିଷୟରେ ଆଲୋଚନା କରିଥିଲେ । ଏହି ସମୟରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ଜିଲ୍ଲା ଏସ୍ପିଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।