ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର, ୧/୩:ଆଜି ପବିତ୍ର ମହାଶିବରାତ୍ରି । ତେଣୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ଭୁବନେଶ୍ୱରରେ ଲିଙ୍ଗରାଜ ମନ୍ଦିରରେ ଚଳିତ ବର୍ଷ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ସୂଚନାନୁଯାୟୀ ,ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ।