ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ, ୨୭/୨: ଆଜି ଶ୍ରୀମନ୍ଦିର ରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ହେବ। ମାଘ ପୂର୍ଣ୍ଣିମା ଦିନ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ । ଗଜ ଉଦ୍ଧାରଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଗଜ ଉଦ୍ଧାରଣ ବେଶ ଦ୍ୱିପହର ଧୂପ ସରିବା ପରେ ଆରମ୍ଭ ହୋଇ ସଂଧ୍ୟାରେ ସାହାଣ ମେଲା ହେବା ଯାଏ ରହିଥାଏ । ଗଜଉଦ୍ଧାରଣ ବେଶର ବିଶେଷତ୍ୱ ହେଲା ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ୱିଭୁଜରେ ବିଭୁଷିତ ହେବେ ।