ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ

ଭୁବନେଶ୍ୱର,୧୮/୦୮: ଶ୍ରୀମନ୍ଦିର ଆସୁଥିବା ପ୍ରତ୍ୟେକ ଭକ୍ତଙ୍କୁ ମିଳିବ ମାଗଣା ଅବଢ଼ା। ପ୍ରତ୍ୟେକ ଦିନ ଲକ୍ଷେରୁ ଅଢେଇ ଲକ୍ଷ ଭକ୍ତ ପାଇବେ ପ୍ରସାଦ। ଏନେଇ ଆଇନ ମନ୍ତ୍ରୀ ଦେଲେ ବଡ ବୟାନ । ମାଗଣା ପ୍ରସାଦ ବଣ୍ଟନ ପାଇଁ ବିଭିନ୍ନ ଦାତାଙ୍କ ସହ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଆସୁଥିବା ପ୍ରତ୍ୟେକ ଭକ୍ତ ଅବଢ଼ା ଟିକିଏ ପାଇପାରିବେ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି। ଏବଂ ଏହ ପ୍ରକ୍ରିୟା ଆରମ୍ଭ ହେବା ପରେ ଯେଭଳି ଅଧାରୁ ବନ୍ଦ ନହୁଏ ସେ ଦିଗରେ ଆନୁସଙ୍ଗିକ ବ୍ୟବସ୍ଥା ମାନ ପ୍ରସ୍ତୁତ ହେଉଛି ।