ଦାୟିତ୍ୱ ନେବା ପୂର୍ବରୁ ମଲ୍ଲିକାର୍ଜୁନ ଖଡଗେ ରାଜଘାଟ ଯାଇ ବାପୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୬/୧୦: କଂଗ୍ରେସର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବା ମଲ୍ଲିକାର୍ଜୁନ ଖଡଗେ ଆଜି ପଦ ସମ୍ଭାଳିବେ । ବର୍ତ୍ତମାନ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ଥିବା ସୋନିଆ ଗାନ୍ଧୀଙ୍କ ସ୍ଥାନରେ ସେ ଦାୟିତ୍ୱ ଗ୍ରହଣ କରିବେ । ତେବେ ଦାୟିତ୍ୱ ନେବା ପୂର୍ବରୁ ରାଜଘାଟ ଯାଇ ମହାତ୍ମାଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେହିପରି ପୂର୍ବ ପ୍ରଧାମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସମାଧି ସ୍ଥଳ ଶକ୍ତି ସ୍ଥଳ ଏବଂ ଜବାହାରଲାଲ ନେହେରୁଙ୍କୁ ସମାଧି ସ୍ଥଳ ଶାନ୍ତି ବନ ଯାଇ ଶ୍ରଦ୍ଧାଂଜଳି ଦେଇଛନ୍ତି ମଲ୍ଲିକାର୍ଜୁନ ଖଡଗେ ।ଅକ୍ଟୋବର ୧୯ ତାରିଖରେ ନିର୍ବାଚନ ଫଳାଫଳରେ ଶଶୀ ଥରୁରଙ୍କୁ ହରାଇ ଖଡଗେ କଂଗ୍ରେସର ନୂଆ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ ।