ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ୱର,୨୧/୩:ଭୁବନେଶ୍ୱରରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମମତା ବାନାର୍ଜୀ । ଭୁବନେଶ୍ୱରରୁ ସଡ଼କ ପଥରେ ମମତା ପୁରୀ ଯିବେ । ଆଜି ଓ କାଲି ପୁରୀରେ ରହିବେ । ଶ୍ରୀଜିଉଙ୍କୁ ଦର୍ଶନ କରିବେ । ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟି କୋଲକାତା ଫେରିଯିବେ ।

ତେବେ ମମତାଙ୍କ ପାଇଁ ପୁରୀରେ ନିର୍ମାଣ ନିବାସରେ ରାତ୍ରିଯାପନ କରିବାର ବ୍ୟବସ୍ଥା କରାଯାଇଛି । ଆସନ୍ତାକାଲି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି ।  ୨୩ ତାରିଖରେ ଭୁବନେଶ୍ୱର ଯାଇ ସନ୍ଧ୍ୟା ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରୋଟୋକଲ ଅନୁସାରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି ।