ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୭/୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏହି ଅବଧିରେ ଜାତୀୟ ପତାକା ଅର୍ଧନମିତ ହୋଇ ରହିବ । ସେହିପରି ଆଜି ଆଜି ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟର ବୈଠକ ହେବ ବୋଲି ସୂଚନା ମିଳିଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷ କୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦାର ସହ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ଗତକାଲି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥ ବିଗିଡିବାରୁ ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବା ପରେ ଘରେ ସେ ଚେତାହରାଇଥିଲେ । ତୁରନ୍ତ ତାଙ୍କୁ ଦିଲ୍ଲୀ ଏମ୍ସ ହସ୍ପିଟାଲର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଥିଲା । ବିଭିନ୍ନ ବିଭାଗର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା ଆରମ୍ଭ କରିଥିଲେ। ସମସ୍ତ ପ୍ରକାର ଉଦ୍ୟମ ସତ୍ତ୍ୱେ ତାଙ୍କୁ ବଞ୍ଚାଇପାରିନଥିଲେ ଡାକ୍ତର । ୯୨ ବର୍ଷ ବୟସରେ ହସ୍ପିଟାଲରେ ଗତକାଲି ରାତି ୯ଟା ୫୧ରେ ଦେହାନ୍ତ ହୋଇଥିଲା ।

Leave a Reply

Your email address will not be published. Required fields are marked *