ଆରପାରିରେ ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ର

ଭୁବନେଶ୍ୱର, ୧୮/୯: ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।  ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଡିକାଲ ଅଣାଯାଇଥିଲା । କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଆଜି ପରଲୋକ ଘଟିଛି।  ସେ ସ୍ୱାଧିନତା ସଂଗ୍ରାମୀ ତଥା ସମାଜର ପୂର୍ବତନ ସଂପାଦକ ଡକ୍ଟର ରାଧାନାଥ ରଥଙ୍କ ଝିଅ ।  ୧୯୮୪ ମସିହାରେ ସେ ସାହିତ୍ୟ ଏକାଡେମୀ ଆଓ୍ୱାର୍ଡ ପାଇଥିଲେ ।  ୧୯୯୧ ମସିହାରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷା ଥିଲେ। ସେ ଏକାଧାରରେ ଜଣେ କବୟିତ୍ରୀ, ଲେଖିକା, ସ୍ତମ୍ଭକାର, ସାମ୍ବାଦିକା ଓ ଅବସରପ୍ରାପ୍ତ ଅଧ୍ୟାପିକା ଥିଲେ।