ମାର୍କେଟ୍ ବିଲ୍ଡିଂ ବନ୍ଦ ପ୍ରସଙ୍ଗରେ ସମୟ ମାଗିଲେ ବିଏମସି କମିଶନର

ଭୁବନେଶ୍ୱର,୧୭/୦୭: ମାର୍କେଟ୍ ବିଲ୍ଡିଂ ବନ୍ଦ ପ୍ରସଙ୍ଗରେ ସମୟ ମାଗିଲେ ବିଏମସି କମିଶନର । ଉଭୟ ପକ୍ଷଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କମିଶନର୍ ବିଜୟ ଅମୃତଲାଲ କୁଲାଙ୍ଗେ । କିଛି ଆଇନଗତ ସମସ୍ୟା ଥିବାରୁ ଟିକେ ସମୟ ଦରକାର ବୋଲି କହିଛନ୍ତି ବିଏମସି କମିଶନର ।ମାର୍କେଟ୍ ବିଲ୍ଡିଂରେ ସ୍ଥାୟୀ ଓ ଅସ୍ଥାୟୀ ବ୍ୟବସାୟୀ ସଂଘ ଭିତରେ କିଛି ଦିନ ଧରି ବିବାଦ ଲାଗି ରହିଛି । ଉଠା ଦୋକାନୀଙ୍କୁ ମାର୍କେଟ ବିଲ୍ଡିଂରୁ ଉଠାଇବା ପାଇଁ ଦାବି କରି ଧାରଣା ଦେଇଛନ୍ତି ମାର୍କେଟ ବ୍ୟବସାୟୀ ସଂଘ । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ହୋଇପାରିନାହିଁ । ମସସ୍ୟା ସମାଧାନ ଲାଗି ସେଟ୍ରାଂଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା ।ପ୍ରତିଶ୍ରୁତି ମୁତାବକ, ଉଠାଦୋକାନୀମାନଙ୍କୁ ବିଏମସି ଉଠାଇପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।