ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୨୭/୦୬:ଆଉ ଦିନ କେଇଟା ଗଲେ ରଥଯାତ୍ରା । ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ଯୋଗୁଁ ଏବଂ ପୁରୀରେ ସଂକ୍ରମଣ ଥିବା ହେତୁ ଏଭଳି ନିଷ୍ପତ୍ତି ନିଆଯାଇଛି। ସେ ଆହୁରି କହିଛନ୍ତି, ଯେଉଁମାନଙ୍କଠାରେ କରୋନାର ଲକ୍ଷଣ ରହିଛି, ସେମାନେ ପୁରୀ ନ ଆସି ଘରେ ରହି ଟିଭିରେ ରଥଯାତ୍ରା ଦେଖିବା ଭଲ। ସୂଚନାଯୋଗ୍ୟ ଯେ ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୧ ତାରିଖରେ ହେବ। ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରାଜ୍ୟ ସରକାର ପୁରୀ ଜିଲ୍ଲା ପ୍ରଶାସନକୁ କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରଥଯାତ୍ରା ସମୟରେ କୋଭିଡ-୧୯ ପଜିଟିଭ୍ ରୋଗୀଙ୍କୁ ଚିକିତ୍ସା ଯୋଗାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।