ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୨୭/୦୭:ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ୨୦୨୪ ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା ହୋଇଛି ।  ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ।  ମାର୍ଚ୍ଚ ୪ ତାରିଖ ଯାଏଁ ପରୀକ୍ଷା ଚାଲିବ । ଆସନ୍ତା ଅକ୍ଟୋବର ମାସରେ ଫର୍ମପୂରଣ ହେବ ।  ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ । ସେହିପରି ମାର୍ଚ୍ଚ ୧୨ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ ହେବ ବୋଲି ସୂଚନା ମିଳିଛି।