ଭୁବନେଶ୍ୱର,୦୮/୦୪: ମେ’ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ ପାଇଁ କିଛି ଅସୁବିଧା ନାହିଁ । ଗ୍ରେସ୍ ମାର୍କ ନେଇ ପରିଚାଳନା କମିଟି ନିଷ୍ପତ୍ତି ନେବ । ଆଉ ଦୁଇଦିନ ମଧ୍ୟରେ ସରିବ ଖାତା ଦେଖା । ଏଆଇ ଓ କ୍ୟୁଆର କୋଡ୍ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି । ମାର୍ଚ୍ଚ ୧୯ରେ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଖାତା ଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହୋଇଥିଲା । ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିଥିଲା । ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ ।