ଭୁବନେଶ୍ବରରୁ କଟକକୁ ଗଡ଼ିବ ମେଟ୍ରୋ ଟ୍ରେନ, ପ୍ରକଳ୍ପକୁ ଅନୁମତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧/୪: ରାଜଧାନୀ ଭୁବନେଶ୍ବରରୁ କଟକକୁ ଗଡ଼ିବ ମେଟ୍ରୋ ଟ୍ରେନ । ଆଜି ମେଟ୍ରୋ ଟ୍ରେନ୍‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ ମିଳିଥିବା ବେଳେ ଭୁବନେଶ୍ବର-କଟକ-ପୁରୀକୁ ସଂଯୋଗ କରିବ ମେଟ୍ରୋ ଟ୍ରେନ । ମେଟ୍ରୋ ଟ୍ରେନ୍ ପ୍ରଥମ ପର୍ଯ୍ୟାୟରେ ବିମାନବନ୍ଦରରୁ ତ୍ରିଶୁଳିଆକୁ ଚନ୍ଦ୍ରଶେଖରପୁର ଦେଇ ସଂଯୋଗ କରିବ । ଏହି ମେଟ୍ରୋ ବିମାନବନ୍ଦରରୁ ବାହାରି ରେଳଷ୍ଟେସନ, ବାଣୀବିହାର, ପଟିଆ, ନନ୍ଦନକାନନ ଦେଇ ତ୍ରିଶୁଳିଆକୁ ଯୋଡ଼ିବ । ଉଲ୍ଲେଖ ଯୋଗ୍ୟ ଯେ ଆଜି ମୁଖ୍ୟ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ, ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ୫-ଟି ସଚିବ ଭିକେ ପାଣ୍ଡିଆନ, ଉନ୍ନୟନ କମିଶନର, ଅନୁ ଗର୍ଗ ।ସମୀକ୍ଷା ବେଳେ ପରିବହନ ସଚିବ ଉଷା ପାଢୀ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥ୍ୟୁ ଭାଥନମ, ଆଇଟି ପ୍ରମୁଖ ସଚିବ ମନୋଜ ମିଶ୍ର ଓ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମୀକ୍ଷା ଉପସ୍ଥିତ ଥିଲେ । କେଉଁ କେଉଁ ରୁଟ୍ ଦେଇ ମେଟ୍ରୋ ଟ୍ରେନ୍ ଯିବ, ତାର ସମୀକ୍ଷା କରାଯାଇଛି । ଏଥିସହ ଟ୍ରାଫିକ ବ୍ୟବସ୍ଥାଠୁ ଆରମ୍ଭ କରି ପାର୍କିଂ ଓ ସମସ୍ତ ଦିଗ ଉପରେ ରିଭ୍ୟୁ କରାଯାଇଛି ।