ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ

ଭୁବନେଶ୍ୱର,୨୫/୧: ବାପାଙ୍କ ମୃତ୍ୟୁ ପରେ ଚାଲି ଯାଇଛନ୍ତି ସ୍ବର୍ଗତଃ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମାସେ ହେଲୋ ଅକ୍ଲାନ୍ତ ଲିଭର ଜନିତ ସମସ୍ୟା ଯୋଗୁ ଚିକିତ୍ସାଧୀନ ଥିଲେ। ତାଙ୍କ ମୃତ୍ୟୁ ପରେ କଟକ ସତୀଚଉରାରେ ଅକ୍ଲାନ୍ତଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ସୂଚନାଯୋଗ୍ୟ ଯେ ଓଡ଼ିଆ ଚଳଚ୍ଚିତ୍ର ଓ ଟେଲି ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଗତବର୍ଷ ଜାନୁଆରି ୧୧ ତାରିଖରେ ପରଲୋକ ହୋଇଥିଲା।