ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ମିଳିବ ୨୦୦ ମିଲିମିଟର କ୍ଷୀର !

ଭୁବନେଶ୍ୱର,୧୪/୦୧: ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କ୍ଷୀର ଦେବା ନେଇ ଚିନ୍ତା କରୁଛନ୍ତି ସରକାର । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଗତକାଲି ରାଷ୍ଟ୍ରପତି ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨୦୦ ଏମ୍‌ଏଲ୍ କ୍ଷୀର ଦେବାର ଶୁଭାରମ୍ଭ ହୋଇଛି ।ଏହି ଯୋଜନାରେ ପିଲାଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ । ଏହା ସହ ମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି । ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି ।

Leave a Reply

Your email address will not be published. Required fields are marked *