ମିଶନ ଶକ୍ତି ବଜାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ

ଭୁବନେଶ୍ୱର,୨୭/୦୨: ମିଶନ ଶକ୍ତି ବଜାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ମିଶନ ଶକ୍ତି ମାଆମାନେ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ । ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି । ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ । ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ମିଶନ ଶକ୍ତିର ମା’ ମାନେ ଭଲ କାମ କରୁଛନ୍ତି ଏବଂ ରୂପାନ୍ତର ଓଡ଼ିଶାରେ ଭାଗିଦାର ସାଜୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।