ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାପଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି

ନୂଆଦିଲ୍ଲୀ,୦୬/୦୩: ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି କରାଯାଇଛି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି । ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।