ପରଲୋକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହା

ଭୁବନେଶ୍ୱର,୩/୧୦: ପରଲୋକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି । କିଡନୀ ରୋଗ ସହ ବହୁ ରୋଗରେ ପୀଡ଼ିତ ଥିଲେ ବିଧାୟକ। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା । ପ୍ରଥମ ଥର ୧୯୯୦ ମସିହାରେ ଜନତା ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।୧୯୯୦ରୁ ୨୦୦୦ ମସିହା ପର୍ଯ୍ୟନ୍ତ ଜନତା ଦଳରୁ ବିଧାୟକ ହୋଇଥିଲେ । ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ ଲଗାତର ବିଜେଡିରୁ ବିଧାୟକ ହୋଇଥିଲେ । ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରିଥିଲେ ବିଜୟ ରଞ୍ଜନ ସିଂହ ବରିହା ।