ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର, ୧୭/୧୧: ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ହୃଦ୍‌ଘାତରେ ଉମେଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି। ବାଲିକୁଦାରୁ ୪ ଥର ବିଧାୟକ ଭାବେ ଉମେଶ ସ୍ୱାଇଁ ନିର୍ବାଚିତ ହୋଇଥିଲେ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଏହାସହ ଉମେଶଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି ମୁୁଖ୍ୟମନ୍ତ୍ରୀ।