ଭୁବନେଶ୍ୱର,୧୯/୫: ଗଞ୍ଜାମ,ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗଡିବ ମୋ ବସ୍ । ସରକାର ଏନେଇ ନିଷ୍ପତି ନେଇଛନ୍ତି । ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସମ୍ବଲପୁର-ଝାରସୁଗୁଡ଼ା-ବ୍ରଜରାଜନଗର ଓ ବେଲପାହାଡ କ୍ଲଷ୍ଟରରେ ଗଡ଼ିବ ମୋ ବସ ।ସେହିପରି ବ୍ରହ୍ମପୁର-ଗୋପାଳପୁର-ଛତ୍ରପୁର-ହିଞ୍ଜିଳିକାଟୁ, ଦିଗପହଣ୍ଡି କ୍ଲଷ୍ଟରରେ ଗଡ଼ିବ ମୋ ବସ୍ । ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ୱାରା ପଶ୍ଚିମ ଓଡ଼ିଶା ସହ ଗଞ୍ଜାମ ଜିଲ୍ଲାର ଲୋକେ ସୁବିଧା ପାଇ ପାରିବେ । କ୍ୟାପିଟାଲ ରିଜିଓନ ଅଞ୍ଚଳରେ ୩୯୦ ଓ ରାଉରକେଲାରେ ୧୦୦ ଟି ମୋ ବସ ଚଳାଚଳ କରୁଛି ।