ଆସନ୍ତା ସପ୍ତାହରେ ଓଡିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୧/୦୬:  ଆସନ୍ତା ସପ୍ତାହରେ ଓଡିଶା ଛୁଇଁବ  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ପହଞ୍ଚିବା ପାଇଁ ଧୀରେ ଧୀରେ ଅନୁକୂଳ ହେଉଛି ପାଗ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ବର୍ତ୍ତମାନ ହେଉଥିବା ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା । ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା ପାଇଁ ଏହି ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହି ଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।