ଅପ୍ରେଲ ୨ରୁ ଆରମ୍ଭ ହେବ ସକାଳୁଆ ସ୍କୁଲ, ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ନିଆଗଲା ନିଷ୍ପତ୍ତି

ଭୁବନେଶ୍ୱର,୧୯/୦୩:  ଅପ୍ରେଲ ୨ ତାରିଖରୁ ଆରମ୍ଭ ହେବ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ସକାଳୁଆ ସ୍କୁଲ ଖୋଲିବାକୁ ଘୋଷଣା କଲେ ରାଜ୍ୟ ସରକାର । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ରାଜ୍ୟ ସରକାର ଅଂଶୁଘାତର ମୁକାବିଲା କରିବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବିଦ୍ୟାଳୟ, ସମେତ ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି । ଏହାକୁ ଆଖିରେ ରଖି ଆବଶ୍ୟକୀୟ ସମସ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ଗତକାଲି ସକାଳୁ ଅଙ୍ଗନୱାଡି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *