ବିଜେଡି ନେତା ଏନ.ଭାସ୍କର ରାଓଙ୍କ ବଢ଼ିଲା ଅଡ଼ୁଆ, ଗିରଫ ପରୱାନା ଜାରି

ଭୁବନେଶ୍ୱର, ୧୨/୧୧: ବିଜେଡି ନେତା ଏନ୍‌.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାଁରେ ଜାରି ହେଲା ଗିରଫ ପରୱାନା । ବହୁ ଚର୍ଚ୍ଚିତ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାରେ ରାୟଗଡ଼ା ଏସ୍‌ଡିଜେଏମ୍‌ କର୍ଟ ଜାରି କରିଛନ୍ତି ଗିରଫ ପରୱାନା। ପୂର୍ବତନ ରାଜ୍ୟସଭା ସାଂସଦ ଓ ରାୟଗଡ଼ା ଜିଲ୍ଲା ବିଜେଡି ସଭାପତି ଏନ.ଭାସ୍କର ରାଓ, ୱାଇ. ଭେଙ୍କଟ ରାଓ, ଏନ ଆଦିନାରାୟାନା, କେ.କ୍ରିଷ୍ଣା ରାଓ, ଇପିଲି ସନ୍ନ୍ୟାସୀ ରାଜୁ, ପେଦେନା ଦିଲୀପ କୁମାରଙ୍କ ନାଁରେ ଜାରି ହୋଇଛି ଏନଭିଡବ୍ଲୁ।୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍‌ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇ ସେଠାରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଥିଲା।

Leave a Reply

Your email address will not be published. Required fields are marked *