ନବ ଦାସଙ୍କ ହତ୍ୟା ମାମଲାରେ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି

ଭୁବନେଶ୍ବର,୨୨/୨ : ଆଜି ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ । ପୁଣି ଅଚଳ ହୋଇଛି ବିଧାନସଭା। ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଗୃହର ମଧ୍ୟଭାଗକୁ ଆସି ବି‌ରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଛନ୍ତି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା ସମ୍ପର୍କରେ ବିବୃତି ଉପସ୍ଥାପନ କରିଛନ୍ତି। ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପରେ ରାଜ୍ୟ ସରକାର ଏହାର ତଦନ୍ତ କ୍ଷେତ୍ରରେ ଏପର୍ଯ୍ୟନ୍ତ ଗ୍ରହଣ କରିଥିବା ସମସ୍ତ ପଦକ୍ଷେପ ସଂପର୍କରେ ଗୃହକୁ ଅବଗତ କରିଥିଲେ। ଏଥିସହ ଏହି ଘଟଣାର ରାଜନୀତୀକରଣ କରାଯାଉଥିବା ନେଇ କ୍ଷୋଭ ପ୍ରକାଶ କରିବା ସହ ବିଜେପି ଉପରେ ବର୍ଷିଥିଲେ।

ଏହାସହ ଘଟଣାର ତଦନ୍ତ ପାଇଁ FBI ସହାୟତା ମାଗିଛୁ । ତଦନ୍ତ ପାଇଁ ଆମେରିକାର FBIର ସହାୟତା ମଗାଯାଇଛି । ତଦନ୍ତ ତଦାରଖ କରୁଛନ୍ତି ଅବସରପ୍ରାପ୍ତ ବିଚାରପତି । ଘଟଣାର ସବୁ ଦିଗକୁ ନେଇ ତଦନ୍ତ ହେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।