ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ,୨୯/୦୬: ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ନିର୍ଘଣ୍ଟ ସ୍ଥିର କରାଯାଇଛି । ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି । ପରେ ସକାଳ ୯ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ହୋଇଛି । ବୁଧବାର ନବଯୌବନ ପରେ ଗୁରୁବାର ଉଭାଯାତ୍ରା ସକାଳ ୪ଟାରୁ ସାଢ଼େ ୬ଟା, ସାଢ଼େ ୧୨ଟାରୁ ଅପରାହ୍ନ ସାଢ଼େ ଗୋଟାଏ ଓ ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ମିଳିପାରିବ । ସେହିପରି ସକାଳ ସାଢ଼େ ୬ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟା ଓ ଅପରାହ୍ନ ସାଢ଼େ ଗୋଟାଏରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।

ବିଶେଷ ନୀତି ପାଇଁ ସକାଳ ସାଢ଼େ ୧୦ଟାରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ, ସନ୍ଧ୍ୟା ସାଢ଼େ ୬ଟାରୁ ରାତି ୯ଟା ଓ ରାତି ସାଢ଼େ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସେହିପରି ଅପରାହ୍ନ ୨ଟା ରୁ ୩ଟା, ସନ୍ଧ୍ୟା ୬ଟାରୁ ସାଢ଼େ ୬ଟା, ରାତ୍ରି ୯ଟାରୁ ସାଢ଼େ ୧୦ଟା ଓ ରାତି ସାଢ଼େ ୧୧ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ।