ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ପରଲୋକ

ଭୁବନେଶ୍ୱର, ୭/୧୨: ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ଆଜି ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ଥିଲେ ନନ୍ଦ ସାର । ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ସୂଚନାଯୋଗ୍ୟ ଯେ ଚାଟଶାଳୀରେ ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚିତ ଥିଲେ ନନ୍ଦ ସାର୍। ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତିଙ୍କ ଠାରୁ ସେ ପଦ୍ମଶ୍ରୀ ଗ୍ରହଣ କରିଥିଲେ।