ପ୍ରଧାନମନ୍ତ୍ରୀ ମୋଦି ଦୁନିଆର ସବୁଠାରୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ,୯/୧୨: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଲୋକପ୍ରିୟ ନେତା । ଆମେରିକାର କନସଲଟାନ୍ସି ଫର୍ମ ‘ମର୍ଣ୍ଣିଂ କନସଲ୍ଟ’ର ସର୍ଭେରୁ ଏହା ଜଣାପଡିଛି । ଏହି ସର୍ଭେ ରିପୋର୍ଟ ଅନୁଯାୟୀ ମୋଦୀଙ୍କୁ ୭୬ ପ୍ରତିଶତ ଆପ୍ରୁଭାଲ ରେଟିଂ ମିଳିଛି ।  ଦ୍ୱିତୀୟ ସ୍ଥାନରେ ଅଛନ୍ତି ମେକ୍ସିକୋ ରାଷ୍ଟ୍ରପତି ଆନ୍ଦ୍ରେସ ମାନୁଏଲ ଲୋପେଜ ଓବ୍ରାଡର୍ । ସେ ୬୬ ପ୍ରତିଶତ ଆପ୍ରୁଭାଲ ରେଟିଂ ସହ ଦୁନିଆର ଦ୍ୱିତୀୟ ଲୋକପ୍ରିୟ ନେତା ହୋଇଛନ୍ତି । ଏହା ପରେ ସ୍ୱିଜରଲାଣ୍ଡର ରାଷ୍ଟ୍ରପତି ଆଲେନ୍ ବର୍ସେଟ୍ ୫୮ ପ୍ରତିଶତ ଓ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଦା ସିଲଭା ୪୯ ପ୍ରତିଶତ ରେଟିଂ ପାଇଛନ୍ତି । ଅଷ୍ଟ୍ରେଲିଆର ଆନ୍ଥୋନୀ ଅଲବାନିଜ୍ ତାଲିକାର ପଂଚମ ସ୍ଥାନରେ ରହିଛନ୍ତି । ଆଶ୍ଚର୍ଯ୍ୟକର କଥା ହେଉଛି, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ୩୭ ପ୍ରତିଶତ ସହ ଅଷ୍ଟମ ସ୍ଥାନରେ ରହିଛନ୍ତି । ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକ ୨୫ ପ୍ରତିଶତ ରେଟିଂ ପାଇଛନ୍ତି ।