ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ, ୦୯/୦୬: ଇତିହାସ ସୃଷ୍ଟି କରିଛନ୍ତି ନରେନ୍ଦ୍ର ମୋଦୀ । ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର ଗଠନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେବଳ ପାକିସ୍ତାନ ଓ ଚୀନକୁ ଛାଡି ଅନ୍ୟ ସମସ୍ତ ପଡୋଶୀ ଦେଶର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ସହ ଅମିତ ଶାହ, ନୀତୀନ ଗଡ଼କରୀ , ନିର୍ମଳା ସୀତାରମଣ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ , ପୀୟୂଷ ଗୋଏଲ, ଶିବରାଜ ସିଂ ଚୌହାନ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଜେପି ନଡ୍ଡା, ମନସୁଖ ମାଣ୍ଡଭ୍ୟ , ସି.ଆର ପାଟିଲ ଶପଥ ନେଇଛନ୍ତି।