ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା ହୀରାବେନ୍‌ ମୋଦୀଙ୍କ ପରଲୋକ

ନୂଆଦିଲ୍ଲୀ,୩୦/୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ମା’ଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି, ଈଶ୍ୱରଙ୍କ ଚରଣରେ ଏକ ଗୌରବମୟ ଶତାବ୍ଦୀର ଅବସାନ ଘଟିଛି। ସୂଚନାଯୋଗ୍ୟ ଯେ, ଗୁରୁବାର ରାତିରେ ହୀରାବେନ୍‌ ହଠାତ ଅସୁସ୍ଥ ହୋଇପଡ଼ିଥିଲେ।